ଅଷ୍ଟଭୁଜ

testwiki‌ରୁ
Jump to navigation ସିଧା ଖୋଜନ୍ତୁ

ଛାଞ୍ଚ:ଛୋଟ

ଫାଇଲ:01-Octagon.svg
ଅଷ୍ଟଭୁଜ

ଜ୍ୟାମିତି ଅନୁସାରେ ଅଷ୍ଟଭୁଜ ହେଉଛି, ଆଠ 'ବାହୁ' ଓ ଆଠ 'କୋଣ' ଥିବା ବନ୍ଦ ଜ୍ୟାମିତିକ କ୍ଷେତ୍ର ଯାହାକି ଏକ ବହୁଭୂଜ । ଏହାର ଆଠ ବାହୁ ତଥା ଆଠ କୋଣ ପରସ୍ପର ସମାନ ହେଲେ ଏହାକୁ ସମ-ଅଷ୍ଟଭୁଜକହନ୍ତି । ଯେ କୌଣସି ଅଷ୍ଟଭୁଜର ଆଠ କୋଣର ସମଷ୍ଟି: A+B+C+D+D+E+F=1080.

ଜ୍ୟାମିତିକ ଧର୍ମ

  • ସମ ଅଷ୍ଟଭୁଜର ସମସ୍ତ ଶିର୍ଷବିନ୍ଦୁ ସମବୃତ୍ତୀୟ ହୁଅନ୍ତି ଅର୍ଥାତ୍‌ ଏହାର ସମସ୍ତ ଶିର୍ଷବିନ୍ଦୁ ଏହାର ବହିଃ ବୃତ୍ତର ପରିଧି ଉପରିସ୍ଥ ହେବେ ।
  • ସମ ଅଷ୍ଟଭୁଜର ସମସ୍ତ ଅନ୍ତରସ୍ଥ କୋଣ ୧୩୫° ସହ ସମାନ ହେବ ।

କ୍ଷେତ୍ରଫଳ

a ପରିମାପ ବାହୁ ବିଶିଷ୍ଟ ଏକ ସମ ଅଷ୍ଟଭୁଜର କ୍ଷେତ୍ରଫଳ ହେବ:

A=2cotπ8a2=2(1+2)a24.828a2.

'R' ବ୍ୟାସାର୍ଦ୍ଧ ବିଶିଷ୍ଟ ବୃତ୍ତଟି ଯଦି ସମ ଅଷ୍ଟଭୁଜରେ ପରିଲିଖିତ ହୋଇଥାଏ ତେବେ ଏହି ସମ ଅଷ୍ଟଭୁଜର କ୍ଷେତ୍ରଫଳ ହେବ:

A=4sinπ4R2=22R22.828R2.

'R' ବ୍ୟାସାର୍ଦ୍ଧ ବିଶିଷ୍ଟ ବୃତ୍ତଟି ଯଦି ସମ ଅଷ୍ଟଭୁଜରେ ଅନ୍ତର୍ଲିଖିତ ହୋଇଥାଏ ତେବେ ଏହି ସମ ଅଷ୍ଟଭୁଜର କ୍ଷେତ୍ରଫଳ ହେବ:

A=8tanπ8r2=8(21)r23.314r2.

ସମ ଅଷ୍ଟଭୁଜର ପରିଲିଖିତ ଏବଂ ଅନ୍ତର୍ଲିଖିତ ବୃତ୍ତର ବ୍ୟାସାର୍ଦ୍ଧ

'a' ପରିମାପର ବାହୁ ବିଶିଷ୍ଟ ଏକ ସମ ଅଷ୍ଟଭୁଜରେ ପରିର୍ଲିଖିତ ବୃତ୍ତର ବ୍ୟାସାର୍ଦ୍ଧ ହେବ:[]

R=(4+222)a,

ଏବଂ ସେହିପରି ସ୍ଥଳେ ଅନ୍ତର୍ଲିଖିତ ବୃତ୍ତର ବ୍ୟାସାର୍ଦ୍ଧ ହେବ-

r=(1+22)a.

ଅଙ୍କନ

ଫାଇଲ:01-Octagon.svg
ଦତ୍ତ ବୃତ୍ତ ମଧ୍ୟରେ ଆନ୍ତର୍ଲିଖିତ ସମ ଅଷ୍ଟଭୁଜ ଅଙ୍କନ

ସମ ଅଷ୍ଟଭୁଜ ଅଙ୍କନ

  • ଦତ୍ତ ମାପର ବ୍ୟାସାର୍ଦ୍ଧ ନେଇ ଏକ ସରଳରେଖା ଉପରେ ବୃତ୍ତଟିଏ ଆଙ୍କ ।
  • ବର୍ତ୍ତମାନ ବ୍ୟାସଟି ଉପରେ ଲମ୍ବ ଭାବେ ଆଉ ଏକ ରେଖା ଆଙ୍କ । ଏହି ରେଖା ଦ୍ୱୟ ବୃତ୍ତର କେନ୍ଦ୍ର ବିନ୍ଦୁରେ ପରସ୍ପରକୁ ଛେଦ କରିବେ ।
  • ବର୍ତ୍ତମାନ ସୃଷ୍ଟି ହୋଇଥିବା ଦୁଇଟି ସମକୋଣର ଦୁଇଟି ସମଦ୍ୱିଖଣ୍ଡକ ରେଖା ଆଙ୍କ ଯାହାକି ଆଉ ଦୁଇଟି ବ୍ୟାସ ହେବେ ।
  • ଏହି ଚାରୋଟି ବ୍ୟାସ ବୃତ୍ତକୁ ଆଠୋଟି ବିନ୍ଦୁରେ ଛେଦ କରିବେ । ଏହି ବିନ୍ଦୁ ଗୁଡିକୁ କ୍ରମାନ୍ୱୟରେ ଯୋଗକଲେ ଏକ ସମ ଅଷ୍ଟଭୁଜର ଅଙ୍କନ ହୋଇପାରିବ ।

ଆଧାର

ଛାଞ୍ଚ:ଆଧାର

ବାହାର ଲିଙ୍କ

ଛାଞ୍ଚ:ବହୁଭୂଜ

  1. Weisstein, Eric. "Octagon." From MathWorld--A Wolfram Web Resource. http://mathworld.wolfram.com/Octagon.html