ଯବକ୍ଷାରଜାନ ବିବନ୍ଧନ

testwiki‌ରୁ
Jump to navigation ସିଧା ଖୋଜନ୍ତୁ

ଯବକ୍ଷାରଜାନ ବିବନ୍ଧନ ପ୍ରକ୍ରିୟାରେ ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ, ଆମୋନିଆ ତଥା ଅନ୍ଯାନ୍ଯ ଯୌଗିକରେ ପରିଣତ କରାଯାଇ ମାଟିରେ ମିଶାଯାଏ । ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ ସାଧାରଣତଃ ଦ୍ୱି-ଯବକ୍ଷାରଜାନ, ଏକ ପ୍ରାୟଃ-ନିଷ୍କ୍ରିୟ ଅଣୁ ଏବଂ କେତେକ ଅଣୁଜୀବ ଛଡ଼ା ଅଧିକାଂଶ ଜୀବଙ୍କର ଚୟାପଚୟରେ ବ୍ଯବହାର ହେଉନଥିବା ଅଦରକାରୀ ପଦାର୍ଥ ।[] ଜୈବ-ଯବକ୍ଷାରଜାନ ବିବନ୍ଧନରେ ରାଇଜୋବୀୟ ଭଳି କେତେକ ଅଣୁଜୀବ ଯବକ୍ଷାରଜାନକୁ ଆମୋନିଆରେ ପରିଣତ କରିଥାନ୍ତି ଫଳରେ ଏହା ଅନ୍ୟ ଜୀବମାନଙ୍କ ମେଟାବୋଲିଜିମରେ ବ୍ୟବହୃତ ହୋଇଥାଏ ।

ବିବନ୍ଧିତ ଯବକ୍ଷାରଜାନ ଜୀବନ ପାଇଁ ଅତି ଆବଶ୍ୟକ କାରଣ ଜୀବନ ପାଇଁ ଆବଶ୍ୟକୀୟ ନ୍ଯଷ୍ଟିଅମ୍ଳ, ଆମିନୋ-ଅମ୍ଳ ଆଦି ବିଭିନ୍ନ ଜୈବାଣୁ ଜୈବ-ସଂଶ୍ଳେଷଣରେ ଅଜୈବିକ ଯବକ୍ଷାରୀୟ ଯୌଗିକ ଆବଶ୍ୟକ । କୃଷି ଓ ସାର ପ୍ରସ୍ତୁତରେ ଯବକ୍ଷାରଜାନ-ଚକ୍ର ଏକ ଅଂଶ ହୋଇଥିବା ହେତୁ ଏହା ଅତି ଆବଶ୍ୟକ । ଏହା ମଧ୍ଯ ପରୋକ୍ଷରେ ସମସ୍ତ ଯବକ୍ଷାରଜାନ ଆଧାରିତ ବିସ୍ଫୋରକ, ଔଷଧ ତଥା ରଙ୍ଗ ତିଆରି ପାଇଁ ବ୍ୟବହୃତ ରାସାୟନିକ ଯୌଗିକ ପାଇଁ ଆବଶ୍ୟକ । ଯବକ୍ଷାରଜାନ ବିବନ୍ଧନ ଆଜୋଟୋବ୍ଯାକ୍ଟର୍, ଆର୍କିଆ ଭଳି ମାଟିରେ ପ୍ରାକୃତିକ ଭାବେ ଥିବା ଦ୍ୱିଆଜୋଭୋଜୀମାନଙ୍କଦ୍ୱାରା ହୋଇଥାଏ । କେତେକ ଯବକ୍ଷାରଜାନ ବିବନ୍ଧନ ବ୍ୟାକ୍ଟେରିଆର ଉଦ୍ଭିଦମାନଙ୍କ ସହ (ବିଶେଷ କରି ଡାଲିଜାତୀୟ ଉଦ୍ଭିଦମାନଙ୍କ ସହ) ସହଜୀବୀତା ସମ୍ବନ୍ଧ ସ୍ଥାପିତ ହୋଇଥାଏ ।[] କିଛି ଉଇକବକ ମଧ୍ଯରେ ମଧ୍ଯ ବିବନ୍ଧନ ହୋଇଥାଏ ।[] ବିବନ୍ଧନ ପ୍ରାକୃତିକ ଭାବେ ବାୟୁମଣ୍ଡଳରେ ବିଜୁଳିଦ୍ୱାରା NOx ତିଆରି ହୋଇଥାଏ ।[][]

ସମସ୍ତ ଜୈବିକ-ଯବକ୍ଷାରଜାନ-ବିବନ୍ଧନ ନାଇଟ୍ରୋଜେନେଜ ଦ୍ୱାରା ସମ୍ଭବ ।[] ଏହି ଏନଜାଇମରେ ସାଧାରଣତଃ ଲୌହ ସହ ମୋଲିବଡେନମ ଅବା ଭାନାଡିଅମକୁ ରହିଥାଏ ।

ବିବନ୍ଧନ

ଅଜୈବ-ବିବନ୍ଧନ

ବିଜୁଳିର ନିକଟସ୍ଥ ବାୟୁକୁ ଉତ୍ତପ୍ତ କରିବାଦ୍ୱାରା ଯବକ୍ଷାରଜାନର ବନ୍ଧଗୁଡ଼ିକ ଭାଙ୍ଗି ନାଇଟ୍ରୋସାମ୍ଳ ଗଠନ ହୁଏ।

ବିଜୁଳିଦ୍ୱାରା ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ ଓ ଅମ୍ଳଜାନ, ଯବକ୍ଷାରଜାନ ଅକ୍ସାଇଡରେ ପରିଣତ ହୁଏ । ଯବକ୍ଷାରଜାନ ଅକ୍ସାଇଡ୍ ଜଳ ସହ ପ୍ରତିକ୍ରିୟା କରି ନାଇଟ୍ରୋସାମ୍ଳ ବା ନାଇଟ୍ରିକାମ୍ଳ ତିଆରି କରିପାରେ, ଯାହା ମାଟିରେ ମିଶି ନାଇଟ୍ରେଟରେ ପରିଣତ ହୁଏ। ନାଇଟ୍ରେଟ ପରେ ଗଛର କାମରେ ଲାଗେ। ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ ଅଣୁ (NO3-), ଏହାର ପରମାଣୁ ମଧ୍ଯରେ ଥିବା ତ୍ରିବନ୍ଧ ଯୋଗୁଁ ପ୍ରାୟଃ ନିଷ୍କ୍ରିୟ ଅଟେ।[] ଏହି ତ୍ରିବନ୍ଧକୁ ଭାଙ୍ଗିବା ପାଇଁ ବିଜୁଳିରୁ ଆବଶ୍ୟକ ଶକ୍ତି ମିଳିଥାଏ, ଯାହା ଯବକ୍ଷାରଜାନ ପରମାଣୁକୁ ଅମ୍ଳଜାନ ଅଣୁ ସହ ପ୍ରତିକ୍ରିୟା କରି ଯବକ୍ଷାରଜାନ ଅକ୍ସାଇଡ୍ ତିଆରିବା ପାଇଁ ସୁଯୋଗ ଦିଏ ।[] ଏହା ଜଳ ସହ ପ୍ରତିକ୍ରିୟା କରି ନାଇଟ୍ରିକାମ୍ଳ (HNO3) ବା ଏହାର ଆୟନ୍ ନାଇଟ୍ରେଟ ଗଠନ କରେ। ଉଦ୍ଭିଦମାନେ ଏହି ନାଇଟ୍ରେଟକୁ ଗ୍ରହଣ କରିପାରନ୍ତି ।[]

ଜୈବ-ବିବନ୍ଧନ

ଯବକ୍ଷାରଜାନ-ଚକ୍ରର ବିଭିନ୍ନ ଅଂଶ

ଜର୍ମାନ କୃଷିବିଜ୍ଞାନୀ ହର୍ମାନ୍ ହେଲ୍ରିଗଲ୍ଲ[୧୦] ଓଲନ୍ଦାଜ ଅଣୁଜୀବବିଜ୍ଞାନୀ ମାର୍ଟିନସ୍ ବେଇଜରିଙ୍କ୍[୧୧] ଜୈବ-ବିବନ୍ଧନ ଆବିଷ୍କାର କରିଥିଲେ । ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ ନାଇଟ୍ରୋଜେନେଜ ଉତ୍ତେଜକଦ୍ୱାରା ଆମୋନିଆରେ ପରିଣତ ହେଲେ ବିବନ୍ଧନ ହୋଇଥାଏ । ଜୈବ-ଯବକ୍ଷାରଜାନ-ବିବନ୍ଧନର ସମୀକରଣ-

NA2+16ATP+8eA+8HA+2NHA3+HA2+16ADP+16Pi

ଏହିପ୍ରକ୍ରିୟା ସାଙ୍ଗକୁ ୧୬ଟି ଏଟିପିଅଣୁର ଜଳୀୟ ବିଘଟନ ହୋଇଥାଏ ଏବଂ ସମ ପରିମାଣର H2 ଅଣୁ ତିଆରି ହୁଏ ।[୧୨] N2ରୁ ଆମୋନିଆ ହେବାର ପ୍ରତିକ୍ରିୟା ଏକ ଧାତବପୁଞ୍ଜରେ ହୋଇଥାଏ । ଏହି ପ୍ରତିକ୍ରିୟାରେ ପ୍ରଥମେ କେତେକ ପ୍ରୋଟନଦାନ ହୋଇଥାଏ, ଯାହାଦ୍ୱାରା ଫେମୋକୋର ସକ୍ରିୟ ପାର୍ଶ୍ୱ N2ର ବିଜାରଣ କରାଇ ଉଦଜାନ ସଂଯୋଗ କରିଥାଏ ।[୧୩] ମୁକ୍ତ ଦ୍ୱିଆଜୋଭୋଜୀମାନଙ୍କରେ ନାଇଟ୍ରୋଜେନେଜ-ସୃଷ୍ଟ-ଆମୋନିଆ ଗ୍ଲୁଟାମିନ ସିନ୍ଥେଟେଜ ପଥଦ୍ୱାରା ଏକତ୍ର ହୋଇ ଗ୍ଲୁଟାମେଟରେ ପରିଣତ ହୁଏ । ତାଙ୍କ ପାଖରେ ନିଫଜିନ୍ ରହିଥାଏ ଯାହା ଯବକ୍ଷାରଜାନ ବିବନ୍ଧନ ପାଇଁ ଅତି ଆବଶ୍ୟକ ।[୧୪][୧୫]

ନାଇଟ୍ରୋଜୋନଜଗୁଡ଼ିକ ଅମ୍ଳଜାନଦ୍ୱାରା ଶୀଘ୍ର ଜାରିତ ହୋଇଯାଏ । ତେଣୁ ଅନେକ ବୀଜାଣୁ ଅମ୍ଳଜାନ ଉପସ୍ଥିତିରେ ନାଇଟ୍ରୋଜେନେଜ ଏଞ୍ଜାଇମ ତିଆରିବା ବନ୍ଦ କରିଦିଅନ୍ତି। ଅନେକ ଯବକ୍ଷାରଜାନ ବିବନ୍ଧକ ବୀଜାଣୁ ଅବାୟବ ପରିବେଶରେ ରହିଥାନ୍ତି କିମ୍ବା ଅମ୍ଳଜାନର ଶୀଘ୍ର ଶ୍ୱସନ କରି ଏହାର ସ୍ତର କମାଇ ଦିଅନ୍ତି ।[]

ଆଧାର

ଛାଞ୍ଚ:ଆଧାର

  1. ୧.୦ ୧.୧ ଛାଞ୍ଚ:Cite book
  2. ଛାଞ୍ଚ:Cite journal
  3. ଛାଞ୍ଚ:Cite journal
  4. Hill, R. D.; Rinker, R. G.; Wilson, H. Dale (1979). "Atmospheric Nitrogen Fixation by Lightning". J. Atmos. Sci. 37 (1): 179–192. Bibcode:1980JAtS...37..179H. doi:10.1175/1520-0469(1980)037<0179:ANFBL>2.0.CO;2.
  5. Slosson, Edwin (1919). Creative Chemistry. New York, NY: The Century Co. pp. 19–37.
  6. Wagner SC (2011). "Biological Nitrogen Fixation". Nature Education Knowledge. 3 (10): 15. Archived from the original on 13 September 2018. Retrieved 29 January 2019.
  7. ଛାଞ୍ଚ:Cite journal
  8. Hill, R.D. (August 1979). "Atmospheric Nitrogen Fixation by Lightning". Journal of the Atmospheric Sciences. 37: 179–192. Bibcode:1980JAtS...37..179H. doi:10.1175/1520-0469(1980)037<0179:ANFBL>2.0.CO;2. ISSN 1520-0469.
  9. ଛାଞ୍ଚ:Cite web
  10. ଛାଞ୍ଚ:Cite book
  11. ଛାଞ୍ଚ:Cite journal
  12. ଛାଞ୍ଚ:Cite book
  13. ଛାଞ୍ଚ:Cite journal
  14. ଛାଞ୍ଚ:Cite journal
  15. ଛାଞ୍ଚ:Cite journal